Hindi News >>Home >>Odisha Astrology

Horoscope of 15th July 2022: ପାରିବାରିକ ଜଞ୍ଜାଳ ବଢ଼ିବ, ମାନସିକ ଭାରକ୍ରାନ୍ତ ହେବ!

ମାନସିକ ଭାରକ୍ରାନ୍ତ ହେବେ । କାର୍ଯ୍ୟ ସଂପାଦନରେ ବିଳମ୍ବ ହେବ । ଆୟ ଓ ବ୍ୟୟ ସମାନ ରହିବ । କୌଣସି ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।  

Advertisement
ପ୍ରତିକାତ୍ମକ ଫଟୋ
Stop
Zee Odisha Desk|Updated: Jul 15, 2022, 06:33 AM IST

Horoscope of 15th July 2022, ମେଷ: ସାଂସାରିକ ଜୀବନ ସୁଖମୟ ହେବ । ଶରୀର ସୁସ୍ଥ ଓ ମନ ଭଲ ରହିବ । ଦାୟିତ୍ୱ ବୃଦ୍ଧି ପାଇବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ଆଶା କରୁଥିବା ଦିଗରୁ ଅର୍ଥ ଆଗମନ ହେବ ।

ବୃଷ: ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।

ମିଥୁନ: ଦିନଟିରେ ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ମନ ପ୍ରସନ୍ନ ରହିବ । କର୍ମ କ୍ଷେତ୍ର ଉତ୍ସାହପ୍ରଦ ହେବ । ନୂତନ ଜମି କିମ୍ବା ଗୃହ କ୍ରୟ ନିମିତ୍ତ ଯୋଜନା କରିବେ । ସନ୍ତାନଙ୍କ କୃତ୍ତିତ୍ୱରେ ଆତ୍ମସନ୍ତୋଷ ଲାଭ କରିବେ । ନବ ଦମ୍ପତିଙ୍କ ପାଇଁ ଦିନଟି ବେଶ୍ ଆମୋଦଦାୟକ ହେବା ବ୍ୟବସାୟ ଆଶାନୁରୂପକ ହେବ ।

କର୍କଟ: ମାନସିକ ଭାରକ୍ରାନ୍ତ ହେବେ । କାର୍ଯ୍ୟ ସଂପାଦନରେ ବିଳମ୍ବ ହେବ । ଆୟ ଓ ବ୍ୟୟ ସମାନ ରହିବ । କୌଣସି ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।

Also Read: ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି! ଏହି ରାଜ୍ୟରେ ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ୩ ଟଙ୍କା ହେଲା ଶସ୍ତା

ସିଂହ: ମନରେ ପ୍ରସନ୍ନତା ଭାବ ରହିବ । ତୀର୍ଥଯାତ୍ରା ପାଇଁ ମନ ବଳିବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।

କନ୍ୟା: ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି ।  

ତୁଳା: ମନ ପ୍ରସନ୍ନ ରହିବ । ତୀର୍ଥ ଯାତ୍ରା କରିବେ । ବ୍ୟୟ ଅଧିକ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁ ବାନ୍ଧବଙ୍କ ଗହଣରେ ଦିନ କାଟିବେ ।

ବିଛା: ଶରୀର ଅସୁସ୍ଥ ରହିବ । ମନ ଭାରାକ୍ରାନ୍ତ ରହିବ । କାର୍ଯ୍ୟାଳୟରେ କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ସଂକୁଚିତ ହେବ । ବ୍ୟବସାୟରେ ପ୍ରତିନ୍ଦ୍ୱନ୍ଦିତା ଲାଗି ରହିବ ।

Also Read: କେବେଠୁ ଆରମ୍ଭ ହୋଇଥିଲା କାଉଡ଼ି ଯାତ୍ରା, ଜାଣନ୍ତୁ କିଏ ଥିଲେ ପ୍ରଥମ କାଉଡ଼ିଆ..

ଧନୁ: ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତିତ୍ୱରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ ।

ମକର: ଶରୀର ଆରୋଗ୍ୟ ରହିବ । ମନ ପ୍ରଫୁଲ୍ଲିତ ରହିବ । ମଉଜ ମଜ୍‌ଲିସରେ ଦିନ କାଟିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିବେ ।

କୁମ୍ଭ: ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।  

ମୀନ: ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ  ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।

Read More
{}{}