Hindi News >>Home >>Odisha Astrology

Horoscope of 19th July 2022: ମାନସିକ ଅବସାଦ ଦେଖାଦେବ, ବ୍ୟାପରରେ ବାଧା ଆସିପାରେ

ଦେହ ଓ ମନ ଭଲ ରହିବ । ଦିନଟିରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ବ୍ୟବସାୟ ଲାଭପ୍ରଦ ହେବ । ଆୟ ବୃଦ୍ଧି ପାଇବ । ପଡୋଶୀ ମାନଙ୍କ ସହ ମଧୁରତା ହେଖା ଦେବ । ପାରିବାରିକ ଜୀବନ ଶାନ୍ତ ରେ କଟିବ । ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ ।

Advertisement
ପ୍ରତିକାତ୍ମକ ଫଟୋ
Stop
Zee Odisha Desk|Updated: Jul 19, 2022, 06:30 AM IST

Horoscope of 19th July 2022, ମେଷ: ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ୍‌ଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।

ବୃଷ: ଶରୀର ସୁସ୍ଥ ରହିବ ।  ମାନସିକ ଶାନ୍ତିବଜାୟ ରହିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ ।

ମିଥୁନ: ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ । 

କର୍କଟ: ଦେହ ଓ ମନ ଭଲ ରହିବ । ଦିନଟିରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ବ୍ୟବସାୟ ଲାଭପ୍ରଦ ହେବ । ଆୟ ବୃଦ୍ଧି ପାଇବ । ପଡୋଶୀ ମାନଙ୍କ  ସହ ମଧୁରତା ହେଖା ଦେବ । ପାରିବାରିକ ଜୀବନ ଶାନ୍ତ ରେ କଟିବ । ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ ।

Also Read: ଦିଲ୍ଲୀ ପ୍ରସିଦ୍ଧ ଚାନ୍ଦିନୀ ଚୌକର ରୋଚକ କାହାଣୀ; ଜାଣନ୍ତୁ, କାହିଁକି ଏହି ବଜାର ବସାଇଥିଲେ ମୋଗଲ

ସିଂହ: ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

କନ୍ୟା: ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

ତୁଳା: ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ପାରିବାରିକ ଜୀବନରେ ବୁଝାମଣାର ଅଭାବ ପରିଲକ୍ଷିତ ହେବ । ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

ବିଛା: ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ । ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ ।  

Also Read: 'ନା'ରୁ ନାରୀର ନାରକୀୟ କାଣ୍ଡ : Jeans ପାଇଁ ହତ୍ୟା, Reels ପାଇଁ ଆତ୍ମହତ୍ୟା

ଧନୁ: ଦୃଢମନା ହେବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମକର: ଶାରୀରିକ ସୁସ୍ଥତା ଲାଭ  କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅ‌ଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।

କୁମ୍ଭ: ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ବା ନିର୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥନଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପରରେ ବାଧା ଆସିପାରେ । ପରିବାରରେ ହଠାତ ପ୍ରତିକ୍ର୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।  

ମୀନ: ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ । ଆୟ ଉତ୍ତମ  ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

Read More
{}{}