Hindi News >>Home >>Odisha Astrology

Horoscope for 21th June 2022 : ଆଜି ଆକସ୍ମିକ ଧନପ୍ରାପ୍ତି ଯୋଗ, ସୁଖମୟ ହେବ ଦାମ୍ପତ୍ୟ ଜୀବନ

Horoscope for 21th June 2022 :  ବ୍ୟସ୍ତତା ଭିତରେ ଦିନ କଟିବ ।  ଠକାମିର ଶିକାର ହେବେ । କୌଣସି ଦ୍ରବ୍ୟ ହଜି, ଚୋରି ବା ନଷ୍ଟ ହୋଇପାରେ । ଯାନବାହନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ ।

Advertisement
ପ୍ରତିକାତ୍ମକ ଫଟୋ
Stop
Zee Odisha Desk|Updated: Jun 21, 2022, 06:15 AM IST

Horoscope for 21th June 2022 , ମେଷ: ପୂଜାପୂଜି ପାଇଁ ମନ ବଳାଇବେ । ଦାନ ଧର୍ମ ପ୍ରତି ମନ ବଳିବ । କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ପାରିବାରିକ ସୁଖଶାନ୍ତି ଉପଭୋଗ କରିବେ ।

ବୃଷ: କର୍ତ୍ତବ୍ୟ ନିଷ୍ଠ ହୋଇ ସମସ୍ତ ନ୍ୟସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତିଶୃତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦାଇ ଅସହଯୋଗ କରିପାରନ୍ତି ।

ମିଥୁନ: ବ୍ୟସ୍ତତା ଭିତରେ ଦିନ କଟିବ ।  ଠକାମିର ଶିକାର ହେବେ । କୌଣସି ଦ୍ରବ୍ୟ ହଜି, ଚୋରି ବା ନଷ୍ଟ ହୋଇପାରେ । ଯାନବାହନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ ।

କର୍କଟ: ଦେହ ଓ ମନ ଭଲ ରହିବ । ମନ ପ୍ରସନ୍ନ ରହିବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଉପଲବ୍ଧି ହେବ । ଆୟ ଆଶାନୁରୂପକ ହେବ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତି ହେବ । ବ୍ୟବସାୟରେ ସଫଳତା ପାଇବେ ।

Also Read: କେନ୍ଦ୍ର କର୍ମଚାରୀଙ୍କ ବେତନରେ ହେବ ବଡ଼ ପରିବର୍ତ୍ତନ, ମହଙ୍ଗା ଭତ୍ତା ସହିତ ବଢ଼ିବ ଏହି ୩ଟି ଜିନିଷ

ସିଂହ: ଦେହ ଓ ମନ ଭଲ ରହିବ । ପରିଶ୍ରମୀ ହେବେ । ଦେହ ଓ ମନ ପ୍ରାୟ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ଆୟ ଉତ୍ତମ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ ।

କନ୍ୟା: ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମତତ୍ପର ହେବେ । ବ୍ୟବସାୟିକ ଅଭିବୃଦ୍ଧି ଦେଖାଦେବ । ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ଅଭିବୃଦ୍ଧି ପାଇଁ ନୂତନ ଚିନ୍ତାଧାରା ଆପଣେଇବେ ।

ତୁଳା: ଆୟ ହେବ, ମାତ୍ର ବିଶେଷ ଲାଭ ମିଳାବା କଷ୍ଟକର ହେବ । କାର୍ଯ୍ୟରେ ବାଧା ଉପୁଜିପାରେ । କର୍ମତତ୍ପରତା ପ୍ରକାଶ ପାଇବ । ସୁସମ୍ବାଦ ପାଇ ଖୁସି ହେବେ । ବସ୍ତ୍ର:ଭୂଷଣ ପ୍ରାପ୍ତି ଯୋଗ ଅଛି । ଅଧିକ ଖର୍ଚ୍ଚାନ୍ତ ହେଲେ ବି ସର୍ବ ସୁଖ ମିଳିପାରେ ।

ବିଛା: ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।  

Also Read: ଜୀବନ ନେଇଥାଏ ରକ୍ତ ପୋଖରୀ! ଏଠି ପାଣି ଛୁଇଁବା ବି ମନା

ଧନୁ: କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଉପଲବ୍ଧି ହେବ । ଦିନଟି ଶୁଭାଶୁଭ ମିଶ୍ରିତ ଫଳ ଦେବ । ଦେହ ଓ ମନ ଭଲ ରହିବ । କାର୍ଯ୍ୟାଳୟରେ କର୍ମଚାପ ବୃଦ୍ଧି ପାଇବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ ।

ମକର: ଦୃଢମନା ହୋଇ ଏକାଗ୍ର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ମଜ୍‌ଭୁତ ହେବ । ଅ୍ଧବନ ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ପରିଲକ୍ଷିତ ହେବ ।

କୁମ୍ଭ: ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସଂପାଦନ କରିବେ । କାର୍ଯ୍ୟାଳୟରେ ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ପାଇବେ । ଆୟ ଆଶାନୁରୂପ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।

ମୀନ: ଦିନଟିରେ ଆପଣଙ୍କ କର୍ମତତ୍ପରତା ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ସଚେତନ ହେବେ । ପ୍ରତ୍ୟେକଟି କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ କରିବେ । ନୂତନ ଯୋଜନା ଫଳପ୍ରସୁ ହେବ ।

Read More
{}{}