Hindi News >>Home >>Odisha Astrology

Horoscope for 24th June 2022 : ଶୁକ୍ରବାର ସୁଖ, ଶାନ୍ତିର ଦିନ! ଏହି ରାଶିରେ ଓଲଟା ପଡିବ ପ୍ରଭାବ

ଶରୀର ସୁସ୍ଥ ରହିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ ।  

Advertisement
ପ୍ରତିକାତ୍ମକ ଫଟୋ
Stop
Zee Odisha Desk|Updated: Jun 24, 2022, 07:17 AM IST

Horoscope for 24th June 2022 , ମେଷ: ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ଈଶ୍ୱର ବିଶ୍ୱାସୀ ହେବେ । ଦାନ ଧର୍ମ ପ୍ରତି ମନ ବଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

ବୃଷ: ଶରୀର ସୁସ୍ଥ ରହିବ । କର୍ମ କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ । ସମୟାନୁବର୍ତ୍ତୀ  ହେବେ । ହଠାତ କୌଣସି ଖୁସିଖବର ପାଇ ଆନନ୍ଦିତ ହେବେ । ପୁଞ୍ଜି ନିବେଶ ପାଇଁ ଦିନଟି ଅନୁକୂଳ । ପଡୋଶୀଙ୍କ ସହ ସମ୍ପର୍କ ମଜଭୁତ ହେବ ।

ମିଥୁନ: ଶାରୀରିକ ଅସୁସ୍ଥତା ଦେଖାଦେବ । ଚିଡିଚିଡା ସ୍ୱଭାବରେ ହେବେ । ଆଶାକରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । କର୍ମ କ୍ଷେତ୍ରରେ  ଅସହଯୋଗ ପାଇବ ।  

କର୍କଟ: ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କର୍ମ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଆର୍ଥିକ ସମସ୍ୟା ଦେଖାଦେବ । ନିଆଁ, ପାଣି ପ୍ରତି ସତର୍କତା ଲୋଡା ।

Also Read: ବିଦେଶ ଗସ୍ତରେ କମେଡି କିଙ୍ଗ୍, netizens ଦେଲେ ଏମିତି ପରାମର୍ଶ

ସିଂହ: ଦେହ ଓ ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ତତ୍ପରତା ଦେଖାଇବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଗୃହକୁ ବନ୍ଧୁ ଆଗମନ ହେବ ।

କନ୍ୟା: ଶରୀର ସୁସ୍ଥ ରହିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ ।

ତୁଳା: ଆନନ୍ଦ ଉଲ୍ଲାସରେ ଦିନ କାଟିବେ । ନୂତନ ବସ୍ତ୍ରାଦି କ୍ରୟ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ।

ବିଛା: କର୍ମ ତତ୍ପରତା ଦେଖାଦେବ । ମନ ପ୍ରସନ୍ନ ରହିବ । ବିବାହ ଭୋଜି ଆଦିରେ ଯୋଗ ଦେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟବ୍ୟୟ ସମାନ ରହିବ । ବ୍ୟବସାୟରେ ଆଖିଦୃଶିଆ ଲାଭ ମିଳିବ ।

Also Read: ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ 'Z+', ହାତୀ ଛୁଆକୁ ମିଳିଲା 'Z+++' ସୁରକ୍ଷା

ଧନୁ: ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ । ବହୁ ଦିନରୁ ପଡିରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଆଇନ ଅଦାଲତର କାମ ଆପଣଙ୍କ ସପକ୍ଷରେ ଯିବ ।

ମକର: ସୁସମ୍ବାଦ ପ୍ରାପ୍ତ ହେବ । ଶରୀର ଆରୋଗ୍ୟ ରହିବ । ସନ୍ତାନ ସନ୍ତତିଙ୍କ କୃତିତ୍ୱରେ ଆତ୍ମ ସନ୍ତୋଷ ଲାଭ କରିବେ । କର୍ମ କ୍ଷେତ୍ର ଉଜ୍ଜଳମୟ ହେବ । ବ୍ୟବସାୟର ଅଭିବୃଦ୍ଧି ହେବ ।

କୁମ୍ଭ: ଦେହ ଓ ମନ ସୁସ୍ଥ ରହିବ । ସୁଖ ସମ୍ମାନ ମିଳିବ । ବିବାଦୀୟ ଘଟଣାର ଅବସାନ ଘଟିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସହକର୍ମୀଙ୍କ ନିକଟରୁ ପୂର୍ଣ୍ଣ ସହଯୋଗ ମିଳିବ ।

ମୀନ: ମାନସିକ ଅଶାନ୍ତି ଦେଖାଦେବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । କର୍ମ କ୍ଷେତ୍ରରେ ପରିବର୍ତ୍ତନ ବା ବଦଳିର ଯୋଗ ରହିଛି । ଆର୍ଥିକ ସ୍ଥିତି ବିଗିଡି ଯିବ ।

Read More
{}{}