Hindi News >>Home >>Odisha Astrology

Horoscope for 27th June 2022 : ଜାଣନ୍ତୁ, କେମିତି କଟିବ ସପ୍ତାହର ପ୍ରଥମ ଦିନ? ନବଦମ୍ପତି ରୁହନ୍ତୁ ସତର୍କ

ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।

Advertisement
ପ୍ରତିକାତ୍ମକ ଫଟୋ
Stop
Zee Odisha Desk|Updated: Jun 27, 2022, 06:34 AM IST

Horoscope for 27th June 2022, ମେଷ: ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ ।

ବୃଷ: ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।

ମିଥୁନ: ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

କର୍କଟ: ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

Also Read: ଶ୍ରାବଣୀଙ୍କ ସ୍ୱପ୍ନ ଭାଙ୍ଗିଦେଲା Visa, ଦିଲ୍ଲୀରୁ ଫେରିଲେ ଅଲମ୍ପିଆଡ୍

ସିଂହ: କଥାବର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ପାଖଲୋକ ଶତ୍ରୁତା କରିବେ । ନିଆଁ ପାଣି ପ୍ରତି ସତର୍କତା ଜରୁରୀ ।

କନ୍ୟା: କର୍ମ କ୍ଷେତ୍ରରେ ସମସ୍ୟା ଦେଖାଦେବ । କାର୍ଯ୍ୟ ସମ୍ପାଦନରେ ବିଳମ୍ବ ହେବ । ଧାର କରଜ କରିପାରନ୍ତି । ଚିଡିଚିଡା ସ୍ୱଭାବର ହେବେ । ପରିବାରରେ ଅଶାନ୍ତି ଦେଖାଦେବ ।

ତୁଳା: ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।

ବିଛା: ଶାନ୍ତିପୂଣ୍ଣ ର୍ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ  ବୋଧଗମ୍ୟ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ବ୍ୟାଙ୍କ ଓ ବୀମା କର୍ମଚାରୀମାନେ ବିଶେଷ ଉପକୃତ ହେବେ ।

Also Read: ଘର ଝିଅ ପାଇଁ ବାହାରିଲେ ସୁର; କହିଲେ, ସୋନିଆ ଫ୍ରି ଛାଡ଼ନ୍ତୁ

ଧନୁ: କାର୍ଯ୍ୟକ୍ଷେତ୍ରରେ ଢେର ଉନ୍ନତି ଘଟିବ । ସୁଖ:ଦୁଃଖରେ ବନ୍ଧୁ ସହାୟତା ପାଇବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ମନ, ପ୍ରାଣ ଢାଳି ଦେଇପାରନ୍ତି ।

ମକର: ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ।

କୁମ୍ଭ: ଦିନଟି ଆପଣଙ୍କ ପାଇଁ ଶୁଭପ୍ରଦ ଅଟେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କର୍ମ ସମ୍ପାଦନ କରିବେ । ଆୟ ବୃଦ୍ଧି ପାଇବ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ଶୁଭପ୍ରଦ ଅଟେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ  ରହିବ ।

ମୀନ:  ଆକସ୍ମିକ ଭାବେ ଧନ ପ୍ରାପ୍ତିର ସୁଯୋଗ ଅଛି । ପରିଶ୍ରମର ମୂଲ୍ୟାଙ୍କନ ହେବ । ନିଜ ବଂଶର ସୁଖପାତ୍ର ହୋଇପାରନ୍ତି । କୁଳ ଉଜ୍ୱକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ହେବେ । ବ୍ୟବସାୟରୁ ଲାଭ ମିଳିବ । ଯଶସ୍ୱୀ ହେବେ ।

Read More
{}{}