Hindi News >>Home >>Odisha Astrology

Horoscope for 30th June 2022 : ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ, ଦୂରଯାତ୍ରା କରନ୍ତୁ ନାହିଁ

ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନଟନ ଦେଇ ଗତିକରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ । ଦୂରଯାତ୍ରା କରନ୍ତୁ ନାହିଁ ।  

Advertisement
ପ୍ରତିକାତ୍ମକ ଫଟୋ
Stop
Zee Odisha Desk|Updated: Jun 30, 2022, 06:30 AM IST

Horoscope for 30th June 2022 : ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ, ଦୂରଯାତ୍ରା କରନ୍ତୁ ନାହିଁ

ମେଷ: ଦେହ ଓ ମନ ଭଲ ରହିବ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ବୃଷ: ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ । ପାରିବାରିକ ସୁଖ ମିଳିବ ।

ମିଥୁନ: ସ୍ୱାସ୍ଥ୍ୟ ପୂର୍ବପରି ରହିବ । ନୂତନ କର୍ମରେ ଯୋଗ ଦେଇ ଖୁସି ହେବେ । ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତି ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦୂରଯାତ୍ରା କରିପାରନ୍ତି ।

Also Read: ଜାଣନ୍ତୁ କେଉଁ ଠାକୁରଙ୍କ କେଉଁ ଫୁଲ ପ୍ରିୟ?

କର୍କଟ: ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନଟନ ଦେଇ ଗତିକରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ । ଦୂରଯାତ୍ରା କରନ୍ତୁ ନାହିଁ ।

ସିଂହ: ସ୍ୱାସ୍ଥ୍ୟରେ ଉନ୍ନତୀ ଆସିବ । ସୌଭାଗ୍ୟବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ ।

କନ୍ୟା:  ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୋରି ଲୁଟର ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।

ତୁଳା: ଶାରିରିକ  ସୁସ୍ଥତା ବଜାୟ ରହିବ । ଆୟ ଓ ବ୍ୟୟ ସମାନ ରହିବ । ସାମାନ୍ୟ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ଉପୁଜିପାରେ । ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରା ବିଶେଷ ଲାଭଜନକ ହେବନାହିଁ ।

Also Read: କେମିତି ହେଲା ରାଇମୋହନଙ୍କ ମୃତ୍ୟୁ? ପୋଷ୍ଟମର୍ଟମ ରିପୋର୍ଟ ଆସିଲା, ଭିସେରାକୁ ଅପେକ୍ଷା

ବିଛା: ମନ ପ୍ରସନ୍ନ ରହିବ । କର୍ତ୍ତବ୍ୟ ନିଷ୍ଠା ହେବେ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୁପେ ହବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ ।

ଧନୁ: କର୍ମ ପ୍ରବଣତା ପ୍ରକାଶ ପାଇବ । ସମସ୍ତ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟିହେବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ମକର: ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ । ନିର୍ଭୀକ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ବନ୍ଧୁଙ୍କ ସହଯୋଗ ମିଳିବ । ଆୟ ବୃଦ୍ଧି ପାଇବ । ଦୂରଯାତ୍ରା କରନ୍ତୁ ନାହିଁ ।

କୁମ୍ଭ: ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକୁଳିବେ । କର୍ମକ୍ଷେତ୍ରରେ ସାମାନ୍ୟ ସମସ୍ୟା ଉପୁଜିବ । ବନ୍ଧୁ ସାହାଯ୍ୟ ପାଇ ଖୁସି ହେବେ । ଦୂରଯାତ୍ରା ଫଳପ୍ରଦହେବ । କ୍ରିଡାବିତମାନେ ସତର୍କତା ଅବଲମ୍ୱନ କରନ୍ତୁ ।

ମୀନ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ । ଦୂରଯାତ୍ରା ଫଳପ୍ରଦ ହେବ ।

Read More
{}{}