Hindi News >>Home >>Zee Odisha

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ

୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଏଠାରେ ପ୍ରଥମେ ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ।

Advertisement
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ
Stop
Zee Odisha Desk|Updated: Jul 01, 2024, 02:02 PM IST

ଭୁବନେଶ୍ଵର: ଗତକାଲି ଦାୟିତ୍ଵ ଗ୍ରହଣ ପରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଲେ ନବ ନିଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଆଇଏଏସ୍ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଛନ୍ତି।ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। 

ବରିଷ୍ଠ ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଗତକାଲି ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି। ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ବିଦାୟୀ ମୁଖ୍ୟ ଶାସନ ସଚିବ ଜେନାଙ୍କଠାରୁ ନୂତନ ମୁଖ୍ୟ ଶାସନ ସଚିବ ଆହୁଜା ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ କିଛି ସମୟ ପାରସ୍ପରିକ ସାକ୍ଷାତ ଆଲୋଚନା କରିଥିବା ଦେଖିବାକୁ ମିଳିଥିଲା। 

୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀ ମନୋଜ ଆହୁଜା ଏଠାରେ ପ୍ରଥମେ ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ସେ ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଆଦି ବିଭିନ୍ନ ବିଭାଗରେ କାର୍ଯ୍ୟ କରିଛନ୍ତି। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିଲେ। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ତେବେ ଓଡ଼ିଶା ଫେରିବା ପୂର୍ବରୁ ଆହୁଜା କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରିଥିଲେ।

ଏବେ ରାଜ୍ୟରେ ସରକାର ବଦଳିଥିବାରୁ ନୂଆ ମୁଖ୍ୟମନ୍ତ୍ରୀ ଓ ନୂଆ ମୁଖ୍ୟ ସଚିବ ତାଙ୍କର ନୂଆ ଟିମ୍ ବାଛିବେ। ଏଥିପାଇଁ ଖୁବ୍‌ ଶୀଘ୍ର ପ୍ରାଶାସନିକ ସ୍ତରରେ ବଡ଼ଧରଣର ଅଦଳବଦଳ ହେବ ବୋଲି କୁହାଯାଉଛି। ଏଥିରେ ବିଭିନ୍ନ ବିଭାଗର ସଚିବ, ଜିଲ୍ଲାପାଳ, ଏସ୍‌ପିଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ସ୍ତରରେ ଅଦଳବଦଳ ହେବ ବୋଲି ଚର୍ଚ୍ଚା ହେଉଛି। 

{}{}