Hindi News >>Home >>Zee Odisha

ରଥଯାତ୍ରାରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି।

Advertisement
ରଥଯାତ୍ରାରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
Stop
Zee Odisha Desk|Updated: Jul 07, 2024, 12:32 PM IST

ଭୁବନେଶ୍ଵର: ଆଜି ହେଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଯାହାକୁ ନେଇ ସାରା ବିଶ୍ୱରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି। ଏହି ଅବସରରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟପାଳ ରଘୁବର ଦାସ ମଧ୍ୟ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। 

ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘X’ ଏକାଉଣ୍ଟରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଛି। ଆଜି ଦେଶ ତଥା ବିଶ୍ଵର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। 

 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି।

 

ସେହିପରି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ରଥଯାତ୍ରା ଅବସରରେ ବିଶ୍ଵର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

 

ସେହିପରି ସେହିପରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ‘X’ ରେ ଲେଖିଛନ୍ତି, ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା। ମହାପ୍ରଭୁଙ୍କ ଅପାର କରୁଣା ଲାଭ କରି ଆମ ରାଜ୍ୟ ପ୍ରତିଟି କ୍ଷେତ୍ରରେ ବିକାଶର ଶୀର୍ଷକୁ ପହଁଚୁ ଏବଂ ସମସ୍ତଙ୍କ ସହାଭାଗିତାରେ ନୂତନ ସମୃଦ୍ଧ ଓଡ଼ିଶା ଗଠନ ହେଉ, ଏତିକି ପ୍ରାର୍ଥନା।

 

{}{}