Hindi News >>Home >>Odisha LifeStyle and Others

Horoscope of 27th October 2022: ମିଥୁନ ଓ ମୀନ ରାଶିରେ ଘାତଚନ୍ଦ୍ର, କେମିତି କଟିବ ଆଜି ଆପଣଙ୍କ ଦିନ?

Horoscope of 27th October 2022: ଆୟ ତୁଳନାରେ ବ୍ୟୟ ଅଧିକ ହେବ । ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । କୌଣସି ଦୁଃସମ୍ବାଦ ପାଇ ବିଚଳିତ ହେବେ ।

Advertisement
Horoscope of 27th October 2022: ମିଥୁନ ଓ ମୀନ ରାଶିରେ ଘାତଚନ୍ଦ୍ର, କେମିତି କଟିବ ଆଜି ଆପଣଙ୍କ ଦିନ?
Stop
Zee Odisha Desk|Updated: Oct 27, 2022, 06:15 AM IST

Horoscope of 27th October 2022, ମେଷ: ଶରୀର ଆରୋଗ୍ୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ବୃଷ: ସ୍ୱାସ୍ଥ୍ୟ ସଚେତନ ହେବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଅର୍ଥ ଓ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ ।

ମିଥୁନ: କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବାଦ ବିବାଦ ଦେଖାଦେବ । ଶତ୍ରୁ ବୃଦ୍ଧି ପାଇବେ । ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ ସ୍ୱଳ୍ପ ଲାଭଯୁକ୍ତ ହେବ । ଦେହ  ଅସୁସ୍ଥ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଦେଖାଦେବ ।

କର୍କଟ: ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି । ସନ୍ତାନଙ୍କ  କାର୍ଯ୍ୟ କଳାପକୁ ନେଇ ଚିନ୍ତିତ ରହିବେ ।

Also Read: Solar Eclipse 2022: ବିଶ୍ୱାସ ବନାମ ବିଜ୍ଞାନ! ପାକତ୍ୟାଗ ବେଳେ ବିରିୟାନୀ ଖାଇଲେ ହେତୁବାଦୀ

ସିଂହ: ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।

କନ୍ୟା: ହସ ଖୁସିରେ ଦିନ ଅତିବାହିତ କରିବେ । ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ବ୍ୟବସାୟରେ ଅଗ୍ରଗତି ହେବ । ଦୂରଯାତ୍ରା ସଫଳ ହେବ ।

ତୁଳା: ଦୃଢମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ବିଛା: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।

Also Read: ଅନ୍ଧକାରର ଜଞ୍ଜିରରୁ ମୁକୁଳି ପାରୁନି ମାଲକାନଗିରି, ସ୍ୱାଭିମାନୀ ପାଇଁ ଅଭିଶାପ ପାଲଟିଛି ଗୁଣି ଗାରେଡି

ଧନୁ: ଉତ୍ତମ ଆୟ  ଯୋଗ ରହୁଛି । ମନ ପ୍ରଫୁଲ୍ଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ସୁସମ୍ବାଦ ପ୍ରାପ୍ତ ହେବ । ଦାମ୍ପତ୍ୟ ଜୀବନ ସୁଖ ବୋଧ ହେବ ।

ମକର: ମନ ପ୍ରସନ୍ନ ରହିବ । ପ୍ରିୟଜନଙ୍କ ଠାରୁ ଶୁଭ ଖବର ମିଳିବ । ଲିଖନ ପଠନରେ ଅଧିକାଂଶ ସମୟ ବିତିବ । ଅନ୍ୟକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।

କୁମ୍ଭ: କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଅବ୍ୟାହତ ରହିବ । ନୂତନ ଦ୍ରବ୍ୟ ଲାଭ ଯୋଗ ରହିଛି । ଉଚ୍ଚ ଆସା ସଫଳ ହେବ । ପାରିବାରିକ ଜୀବନ ଭୋଗବିଳାସରେ କଟିବ ।

ମୀନ: ବ୍ୟସ୍ତତା ମଧ୍ୟେ ଦିନ କଟିବ । କୌଣସି ଦୁଃସମ୍ବାଦ ପାଇ ବିଚଳିତ ହେବେ । ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ । କଥାବାର୍ତ୍ତାରେ ସଂଯମତା ରଖି ଚଳନ୍ତୁ ।

Read More
{}{}