Hindi News >>Home >>Odisha LifeStyle and Others

Horoscope Today 7 May 2023: ଏହି ୫ ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ରବିବାର?

Horoscope Today 7 May 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମେ ୭ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

Advertisement
ସୌଜନ୍ୟ- ସୋସିଆଲ ମିଡ଼ିଆ
Stop
Zee Odisha Desk|Updated: May 07, 2023, 06:26 AM IST

Horoscope Today 7 May 2023: ମେଷ- ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ ।

ବୃଷ- ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।

ମିଥୁନ-ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।

କର୍କଟ-ଶରୀର ଅସୁସ୍ଥ ରହିବ । ମନ ଭାରାକ୍ରାନ୍ତ ରହିବ । କାର୍ଯ୍ୟାଳୟରେ କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ସଂକୁଚିତ ହେବ । ବ୍ୟବସାୟରେ ପ୍ରତିନ୍ଦ୍ୱନ୍ଦିତା ଲାଗି ରହିବ ।

ସିଂହ-ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ ।

Also Read: Gajlaxmi Rajyog: ଦୀର୍ଘ ଦଶନ୍ଧି ପରେ ପଡ଼ୁଛ ମହାସଂଯୋଗ, ଏହି ରାଶିଙ୍କର ଶେଷ ହେବ ଶନୀ ସାଢେସତୀ,ବର୍ଷିବ ଧନଧାନ୍ୟ

Also Read: Morning tips: ସକାଳୁ କରନ୍ତୁ ଏହିସବୁ କାମ, ଧନ ବର୍ଷା କରିବେ ମହାଲକ୍ଷ୍ମୀ!

କନ୍ୟା-ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି । 

ତୁଳା-ମନ ପ୍ରସନ୍ନ ରହିବ । ତୀର୍ଥ ଯାତ୍ରା କରିବେ । ବ୍ୟୟ ଅଧିକ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁ ବାନ୍ଧବଙ୍କ ଗହଣରେ ଦିନ କାଟିବେ ।

ବିଛା-ମନରେ ପ୍ରସନ୍ନତା ଭାବ ରହିବ । ତୀର୍ଥଯାତ୍ରା ପାଇଁ ମନ ବଳିବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।

ଧନୁ-କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ ।

ମକର-ଶରୀର ଆରୋଗ୍ୟ ରହିବ । ମନ ପ୍ରଫୁଲ୍ଲିତ ରହିବ । ମଉଜ ମଜ୍‌ଲିସରେ ଦିନ କାଟିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିବେ ।

କୁମ୍ଭ- ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।  

ମୀନ- ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Also Read:  Diabetes: ମଧୁମେହ ରୋଗୀଙ୍କ ପାଇଁ ସଞ୍ଜିବନୀ ଏହି ୧୦ଟି ଖାଦ୍ୟ, ଦରକାର ପଡ଼ିବନି ଚିକିତ୍ସା କି ମେଡିସିନ୍...

Also Read: Watermelon Side Effects: ଏମାନଙ୍କ ପାଇଁ ଲାଭ ବଦଳରେ ଶରୀରରକୁ ଅଧିକ କ୍ଷତି ପହଞ୍ଚାଇ ଥାଏ ତରଭୁଜ

Read More
{}{}