Hindi News >>Home >>Odisha National-International

Road Accident: କାଳ ହେଲା ତୀର୍ଥଯାତ୍ରା! ଭୟଙ୍କର ଦୁର୍ଘଟଣାରେ ଚାଲିଗଲା ୧୧ ଜୀବନ

Road Accident: ତୀର୍ଥଯାତ୍ରାରେ ଆସିଥିବା ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ ବସ୍ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଏହି ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହି ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି।

Advertisement
ସୌ(ସୋସିଆଲ ମିଡିଆ)
Stop
Zee Odisha Desk|Updated: Sep 13, 2023, 11:13 AM IST

Road Accident: ରାଜସ୍ଥାନରେ (Rajasthan) ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁଜୁରାଟରୁ ତୀର୍ଥଯାତ୍ରାରେ ଆସିଥିବା ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ ବସ୍ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଏହି ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହି ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ (Ashok Gehlot) ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି।

ସୂଚନା ଅନୁଯାୟୀ, ରାଜସ୍ଥାନ ଭରତପୁରରେ ଘଟିଛି ଏହି ଭୟଙ୍କର ଦୁର୍ଘଟଣା (Accident) । ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜାତୀୟ ରାଜପଥ ୨୧ ଲଖନପୁର ପୋଲିସ ଷ୍ଟେସନ ଅଞ୍ଚଳ ସ୍ଥିତ ହନ୍ତ୍ରା ବ୍ରିଜ ଉପରେ ଘଟିଛି ଏହି ଦୁର୍ଘଟଣା । ୬୦ ଜଣ ଶ୍ରଦ୍ଧାଳୁଙ୍କୁ ନେଇ ଏହି ଯାତ୍ରୀବାହୀ ବସ୍ ଟି ଗୁଜୁରାଟରୁ ଉତ୍ତରପ୍ରଦେଶ ମଥୁରା ଅଭିମୁଖେ ଯାଉଥିଲା। ଏହି ସମୟରେ ଏକ ଟ୍ରକଟି ବସକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଗେହଲଟ୍ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ଟ୍ୱିଟ୍‌ କରି ସେ ଲେଖିଛନ୍ତି, ‘ଭରତପୁର ଗୁଜୁରାଟରୁ ଧାର୍ମିକ ତୀର୍ଥଯାତ୍ରା ପାଇଁ ଆସିଥିବା ଶ୍ରଦ୍ଧାଳୁଙ୍କ ବସ ଓ ଟ୍ରକ୍ ମଧ୍ୟରେ ଧକ୍କା ହୋଇଥିଲା । ଏଥିରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ଏହା ଅତ୍ୟନ୍ତ ଦୁଃଖଦାୟକ ଅଟେ । ପୋଲିସ-ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଇଛି। ସମସ୍ତ ମୃତକଙ୍କ ଆତ୍ମାକୁ ଶାନ୍ତି ମିଳିବା ସହ ପରିବାର ସଦସ୍ୟଙ୍କୁ ସାହସ ଦିଅନ୍ତୁ ଏହା ମୁଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି । ଭଗବାନ ସମସ୍ତ ଆହତମାନଙ୍କୁ ଶୀଘ୍ର ସୁସ୍ଥ କରନ୍ତୁ’ ।

ପ୍ରକାଶ ଥାଉ କି, ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ମଧ୍ୟରେ ୬ ଜଣ ମହିଳା ଓ ୫ ଜଣ ପୁରୁଷ ଅଛନ୍ତି। କୁହାଯାଉଛି ଯେ, ସମସ୍ତ ମୃତକ ଓ ଆହତମାନେ ଭାବନଗର ବାସିନ୍ଦା ଅଟନ୍ତି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି ତଦନ୍ତ ଆରମ୍ଭ କରିଛି।

Also Read-​ Baba Vanga Prediction: ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ: ଭୟଙ୍କର ବିପଦ ମାଡ଼ି ଆସିବ, ବିଷାକ୍ତ ବାୟୁରେ ଭରିଯିବ ବାୟୁମଣ୍ଡଳ

 

 

Read More
{}{}