Hindi News >>Home >>Odisha National-International

ରେଲୱେ ବାତିଲ କଲା ପୁଣି ୧୨୮ ଟ୍ରେନ୍, ଓଡ଼ିଶାର ମଧ୍ୟ ରହିଛି ଅନେକ ଟ୍ରେନ; ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍

 Train Cancelled List 27 August 2022: ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ଆଜି ଅର୍ଥାତ ଅଗଷ୍ଟ ୨୭ରେ ରେଳବାଇ ମୋଟ ୧୨୮ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି ।

Advertisement
ରେଲୱେ ବାତିଲ କଲା ପୁଣି ୧୨୮ ଟ୍ରେନ୍, ଓଡ଼ିଶାର ମଧ୍ୟ ରହିଛି ଅନେକ ଟ୍ରେନ; ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍
Stop
Zee Odisha Desk|Updated: Aug 27, 2022, 09:26 AM IST

ନୂଆଦିଲ୍ଲୀ: Train Cancelled List 27 August 2022: ଭାରତୀୟ ରେଳ (Indian Railways) ସାଧାରଣ ଲୋକଙ୍କ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ । ପ୍ରତିଦିନ ବହୁ ସଂଖ୍ୟକ ଲୋକ ଟ୍ରେନରେ ଯାତ୍ରା କରନ୍ତି । ଏହା ଦୁନିଆର ସବୁଠୁ ବଡ଼ ରେଳ ନେଟୱାର୍କ ମଧ୍ୟରୁ ଗୋଟିଏ । ଏପରି ପରିସ୍ଥିତିରେ ଲୋକମାନଙ୍କୁ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବା ପାଇଁ ପ୍ରତିଦିନ ହଜାର ହଜାର ଟ୍ରେନ୍ (Trains) ଚଳାଯାଉଛି । ଏହି କାରଣରୁ ଏହାକୁ ଭାରତର ଲାଇଫ୍ ଲାଇନ୍ କୁହାଯାଏ । ବେଳେବେଳେ ବିଭିନ୍ନ କାରଣରୁ କେତେକ ଟ୍ରେନ୍ ଡାଇଭର୍ଟ, ରିଶିଡ୍ୟୁଲ  ଏବଂ ବାତିଲ୍ କରିବାକୁ ପଡେ । ଏହି କାରଣରୁ ଲୋକଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ ।

ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ଆଜି ଅର୍ଥାତ ଅଗଷ୍ଟ ୨୭ରେ ରେଳବାଇ ମୋଟ ୧୨୮ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଆପଣଙ୍କୁ କହି ରଖୁଛୁ ଯେ ଟ୍ରେନ୍ ବାତିଲ୍ ପଛରେ ଅନେକ ଭିନ୍ନ କାରଣ ଅଛି । ଏହାର ମୁଖ୍ୟ କାରଣ ହେଉଛି ଖରାପ ପାଗ । ଏହି ସମୟରେ ଦେଶରେ ମୌସୁମୀ ଜାରି ରହିଛି । ଏଭଳି ପରିସ୍ଥିତିରେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏଭଳି ପରିସ୍ଥିତିରେ ଅନେକ ଟ୍ରେନକୁ ବାତିଲ କରିବାକୁ ପଡିଛି କିମ୍ବା ଏହାର ସମୟ ଓ ମାର୍ଗ ପରିବର୍ତ୍ତନ କରିବାକୁ ପଡ଼ିଛି । ଏହା ବ୍ୟତୀତ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଅନେକ ଥର ଟ୍ରେନକୁ ବାତିଲ କରିବାକୁ ପଡ଼ିଥାଏ ।

ବାତିଲ ହୋଇଥିବା ଟ୍ରେନଗୁଡ଼ିକ ମଧ୍ୟରୁ ଉତ୍ତର ପ୍ରଦେଶ, ଝାରଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟ ପ୍ରଦେଶ, ପଶ୍ଚିମବଙ୍ଗ, ଓଡ଼ିଶା, କର୍ଣ୍ଣାଟକ, ଆନ୍ଧ୍ର ପ୍ରଦେଶ ଏବଂ ବିହାର ଯାଉଥିବା ଟ୍ରେନ ସାମିଲ ରହିଛି । ବିଗତ କିଛି ଦିନ ଧରି ଓଡିଶା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଆଦି ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଆସୁଛି । ରେଳ ଚଳାଚଳ ଉପରେ ଏହାର ସିଧାସଳଖ ପ୍ରଭାବ ପଡିଥାଏ । ଏହା ସହିତ ଟ୍ରାଫିକ୍ ବ୍ଲକ୍ ଓ ରେଳ ଟ୍ରାକ୍ ମରାମତି ଯୋଗୁଁ ଟ୍ରେନ୍ ଗୁଡିକ ମଧ୍ୟ ବାତିଲ୍ କରିବାକୁ ପଡିଛି । ପ୍ରତିଦିନ ଶହ ଶହ ଟ୍ରେନ୍ ରେଳ ଟ୍ରାକ୍ ଦେଇ ଯାଇଥାଏ ।

ଏହା ବି ପଢ଼ନ୍ତୁ:-ଅକ୍ଟୋବର ୧ରୁ ବଦଳିଯିବ ବ୍ୟାଙ୍କିଙ୍ଗ ସହ ଜଡିତ ବଡ଼ ନିୟମ, ସାରା ଦେଶରେ ଗ୍ରାହକଙ୍କୁ କରିବ ପ୍ରଭାବିତ; RBI ଜାରି କଲା ସମୟସୀମା

ଏହା ବି ପଢ଼ନ୍ତୁ:-BJP ପ୍ରସ୍ତୁତ କଲା ଓଡ଼ିଶା ଜିତିବାର ରଣନୀତି, ଜାଣନ୍ତୁ କ'ଣ ରହିଛି ଦଳର ପୂରା ଗେମ୍ ପ୍ଲାନ୍

ଏହା ବି ପଢ଼ନ୍ତୁ:-ଜୁଲାଇ ୧ରୁ ୪ ପ୍ରତିଶତ ବଢ଼ିଯାଇଛି କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା? ପଢ଼ନ୍ତୁ ପୂରା ଖବର

 

ଯଦି ଆପଣ ମଧ୍ୟ ବାତିଲ୍, ରିଶିଡ୍ୟୁଲ ଏବଂ ଡାୟଭର୍ଟ ଟ୍ରେନ୍ ଗୁଡ଼ିକର ତାଲିକା ଚେକ୍ କରିବାକୁ ଚାହୁଁଛନ୍ତି, ତେବେ ଆପଣ କିଛି ସହଜ ପଦକ୍ଷେପ ଅନୁସରଣ କରି ଏହାକୁ ଚେକ୍ କରିପାରିବେ । ତେବେ ଆସନ୍ତୁ ଜାଣିବା ଏହି ପଦ୍ଧତି ବିଷୟରେ- 

ଏହିପରି ଦେଖନ୍ତୁ ଆପଣଙ୍କର ଟ୍ରେନ୍ ସ୍ଥିତି

ଭାରତୀୟ ରେଳବାଇ ଦ୍ୱାରା ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ, ଆପଣଙ୍କୁ ପ୍ରଥମେ enquiry.indianrail.gov.in/mntes/ କୁ ଯିବାକୁ ପଡିବ । ତା’ପରେ ସେଠାରେ ଆପଣ ସ୍କ୍ରିନର ଡାହାଣ ପାର୍ଶ୍ୱରେ ଥିବା ଉପର ପ୍ୟାନେଲରେ  Exceptional Trains ଲେଖା ଦେଖିବେ, ଏଥିରେ କ୍ଲିକ୍ କରନ୍ତୁ । ଆପଣ ଏହା ଉପରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କୁ ଅନେକ ବିକଳ୍ପ ଦେଖିବାକୁ ମିଳିବ, ସେଥିମଧ୍ୟରୁ ଗୋଟିଏ ବାତିଲ ହୋଇଥିବା ଟ୍ରେନ୍ ପାଇଁ ହେବ । ଯଦି ଆପଣ ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ ଚାହାଁନ୍ତି, ତେବେ ଏଥିରେ କ୍ଲିକ୍ କରନ୍ତୁ । ଏହା ପରେ ବାତିଲ, ପୁନଃନିର୍ଦ୍ଧାରିତ ଏବଂ ଡାଇଭର୍ଟ ଟ୍ରେନର ତାଲିକା ଆପଣଙ୍କ ପରଦାରେ ଦେଖାଯିବ, ଯାହା ଦ୍ୱାରା ଆପଣ ଆପଣଙ୍କର ଆବଶ୍ୟକତା ଅନୁଯାୟୀ ସୂଚନା ପାଇପାରିବେ ।

Read More
{}{}