PHOTOS

Rath Yatra 2023: ଦିନକ ପରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା , ଶେଷ ପର୍ଯ୍ୟାୟରେ ତିନିରଥର ନିର୍ମାଣ କାର୍ଯ୍ୟ

Rath Yatra 2023: ଦିନକ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା (Car Festival 2023)। ଏନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର (Puri Car Festival) । ଲୋକାରଣ୍ୟ ହୋଇପଡିଲାଣୀ ବଡଦାଣ୍ତ । ରଥ ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ ଏଥି ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ସମସ୍ତ ପ୍ରସ୍ତୁତି ପର୍ବ।

Advertisement
1/8

ଜୁନ୍‌‌ ୨୦ରେ ଅର୍ଥାତ୍ ମଙ୍ଗଳବାର ରଥଯାତ୍ରା ଅନୁଷ୍ଠିତ ହେବ। 

 

2/8

ସେହିଦିନ ସକାଳ ୯ଟାରେ ତିନିରଥକୁ ପ୍ରତିଷ୍ଠା କରାଯିବ। ୯ଟା ୧୫ରେ ମଙ୍ଗଳାର୍ପଣ ପରେ ସାଢେ ୯ଟାରୁ ଆରମ୍ଭ ହେବ ଠାକୁରଙ୍କ ପହଣ୍ଡି। 

 

3/8

ଅପରାହ୍ନ ୧ଟା ସୁଦ୍ଧା ଦାରୁବିଗ୍ରହମାନେ ରଥାରୁଢ ହେବା ପରେ ମଦନମୋହନ ବିଜେ କରିବେ। ଚିତା ଲାଗି ପରେ ବେଶ ଶେଷ ହେବ।

 

4/8

 ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ଶେଷ ହେବା ପରେ ଚାରମାଳ ଫିଟାଯାଇ ଘୋଡା ଓ ସାରଥି ଲାଗିବେ। 

 

5/8

ଏହାପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଛି। 

 

6/8

ସେହିପରି ବୈଠକରେ ଜୁନ୍‌‌ ୨୮ ତାରିଖ ବାହୁଡ଼ା ଯାତ୍ରା ନୀତି ନିର୍ଘଣ୍ଟ ହୋଇଛି। 

7/8

୨୯ ତାରିଖ ଅପରାହ୍ନ ୫ଟାରୁ ସନ୍ଧ୍ୟା ସାଢେ ୬ଟା ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। 

8/8

୩୦ ତାରିଖ ରାତି ୮ଟାରେ ଅଧରପଣା ନୀତି ସମ୍ପନ୍ନ ହେବ। ଜୁଲାଇ ୧ ତାରିଖରେ ମହାପ୍ରଭୁ ନୀଳାଦ୍ରିବିଜେ ଅର୍ଥାତ୍‌‌ ରତ୍ନସିଂହାସନକୁ ବିଜେ କରିବେ ବୋଲି ନୀତି ଚୂଡ଼ାନ୍ତ ହୋଇଛି। 





Read More