PHOTOS

Today Horoscope: ଦୂରଯାତ୍ରା ସମୟରେ ସତର୍କ ରୁହନ୍ତୁ ଏହି ରାଶିର ଲୋକେ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?

Horoscope Today 2 August 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅଗଷ୍ଟ ୨ ହେଉଛି ଶୁକ୍ରବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

Advertisement
1/12

ମେଷ: ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ ଭଲ ହେବ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । ଟଙ୍କା ଖର୍ଚ୍ଚ ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ ।

2/12

ବୃଷ :  ଆଜି ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

 

3/12

ମିଥୁନ:  ଆଜି ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବାରୁ ମନ ଖୁସି ରହିବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିଲେ ମଧ୍ୟ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ଯାନବାହାନରେ ଗଲାବେଳେ ସାବଧାନ ସହିତ ଯାତ୍ରା କରନ୍ତୁ ଓ କାହାରି ସହିତ କଳହ କରନ୍ତୁ ନାହିଁ । 

4/12

କର୍କଟ: ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ସାମାଜିକ କାର୍ଯ୍ୟରେ ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହନ ପ୍ରାପ୍ତି ହୋଇପାରେ। 

5/12

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

6/12

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

7/12

ତୁଳା:  କର୍ମକ୍ଷେତ୍ରରେ ନିଜ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

 

8/12

ବିଛା:  ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

 

9/12

ଧନୁ: ରାଜନୀତିରେ କିଛି ନୂଆ ସୁଯୋଗ ଆସିବା ସହ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

10/12

ମକର: ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

11/12

କୁମ୍ଭ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ ପାଇବେ। ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ ।

12/12

ମୀନ:  ଆଜି ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ଦୂର ଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିପାରନ୍ତି ।





Read More