PHOTOS

Today Horoscope: ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତିର ରହିଛି ଯୋଗ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?


Horoscope Today 6 july 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୬ ହେଉଛି ଶନିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

Advertisement
1/12

ମେଷ: କର୍ତ୍ତବ୍ୟ ପରାୟଣ ହେବେ । ଉଚ୍ଚ ଆଶା ଫଳବତୀ ହେବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।

 

2/12

ବୃଷ:  ଶାରୀରିକ ଅସୁସ୍ଥତା ଦେଖାଦେବ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ମନ ଭାରାକ୍ରାନ୍ତ ରହିବ । ପାରିବାରିକ ସୁଖଶାନ୍ତି ବାଧାପ୍ରାପ୍ତ ହେବ ।

 

3/12

ମିଥୁନ: ଶାରୀରିକ ସୁସ୍ଥତା ବୋଧ ହେବ । ପ୍ରତ୍ୟେକଟି କାର୍ଯ୍ୟକୁ ସଫଳ ରୂପାୟନ ଦେବେ । ଗୃହକୁ  ବନ୍ଧୁ ଆଗମନ ହୋଇପାରେ । ନୂତନ ବସ୍ତ୍ରାଦି କ୍ରୟ କରିବେ । ବ୍ୟୟ ଭରା ବୃଦ୍ଧି ପାଇବ ।

 

4/12

କର୍କଟ:  ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ବିବାହ ଭୋଜିରେ ଯୋଗଦେବେ । ଆୟ ଉତ୍ତମ ହେବ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସା ଲାଭ କରିବେ । 

 

5/12

ସିଂହ: ସ୍ୱାସ୍ଥ୍ୟପିଡା ଭୋଗିପାରନ୍ତି । ଆୟ ଉତ୍ତମ ହେବ । କର୍ମକ୍ଷେତ୍ରରେ ଅଶାନ୍ତି ଲାଗି ରହିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ ।  

 

6/12

କନ୍ୟା: ମାନସିକ ଭାରକ୍ରାନ୍ତ ହେବେ । କାର୍ଯ୍ୟ ସଂପାଦନରେ ବିଳମ୍ବ ହେବ । ଆୟ ଓ ବ୍ୟୟ ସମାନ ରହିବ । ଶାରିରୀକ ଅସୁସ୍ଥତା ଦେଖାଦେଇପାରେ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।

 

7/12

ତୁଳା: ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାନ ଧର୍ମ ପ୍ରତି ମନ ବଳିବ । କର୍ମ କ୍ଷେତ୍ର ସହଜ ସରଳ ହେବ । ବ୍ୟବସାୟୀକ ଦୃଷ୍ଟିକୋଣରୁ ଦିନଟି ଅନୁକୂଳ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ।

8/12

ବିଛା: କାର୍ଯ୍ୟରେ ବାଧା ଉପୁଜିବ । ମାନସିକ ଅବସାଦ ଦେଖାଦେବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । କର୍ମକ୍ଷେତ୍ରରେ ପ୍ରତିଯୋଗିତାପୂର୍ଣ୍ଣ ବାତାବରଣ ମିଳିବ ।

 

9/12

ଧନୁ: ଦେହ ଓ ମନ ଭଲ ରହିବ । ପରିଶ୍ରମୀ ହେବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଆୟ ଅବ୍ୟାହତ ରହିବ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।

10/12

ମକର: କର୍ମ ଚଞ୍ଚଳ ରହିବେ । ପ୍ରତ୍ୟେକ କାର୍ଯ୍ୟରେ ତତ୍ପରତା ଦେଖାଇବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହିଛି ।

 

11/12

କୁମ୍ଭ: ଦିନଟି ଆପଣଙ୍କ ସପକ୍ଷରେ । ମାନସିକ ଓ ଶାରୀରିକ ସୁସ୍ଥତା ମିଳିବ । ଶତ୍ରୁ ପରାଜିତ ହେବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖଶାନ୍ତି ଭୋଗ କରିବେ ।

12/12

ମୀନ: ଶରୀର ସୁସ୍ଥ ରହିବ । ମନରେ ବିରକ୍ତି ଭାବ ପ୍ରକାଶ ପାଇବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ କ୍ରୋଧର ଶିକାର ହେବେ । ପାରିବାରିକ ଜଞ୍ଜାଳ ବଢିଯିବ ।