Hindi News >>Home >>Odisha Politics

Odisha Politics: ଓଡ଼ିଶା ଆସିବେ ଯୋଗୀ

ଯୋଗୀଙ୍କ ବ୍ୟତୀତ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସୁଛନ୍ତି। କରଞ୍ଜିଆ, ଧାମନଗର, ବଡ଼ଚଣା, ବାଲିକୁଦା ସଭାରେ ଯୋଗ ଦେବେ ନଡ୍ଡା। ସେହିପରି ବିଶ୍ୱଶର୍ମା ଦେବଗଡ଼, ବଡବିଲ, ଚୌଦ୍ୱାର ଓ ବଡମ୍ବାରେ ସଭା କରିବେ।

Advertisement
Odisha Politics: ଓଡ଼ିଶା ଆସିବେ ଯୋଗୀ
Stop
Prabhudatta Moharana|Updated: May 23, 2024, 10:30 AM IST

Odisha Politics: ଭୁବନେଶ୍ୱର: ନିର୍ବାଚନ ସରି ଆସୁଥିବା ବେଳେ ରାଜ୍ୟରେ ପ୍ରଚାରକୁ ଜୋରଦାର କରୁଛନ୍ତି ରାଜନୈତିକ ଦଳ। ଭାରତୀୟ ଜନତା ପାର୍ଟି ତଥା ବିଜେପି ତାର ପ୍ରଚାରକୁ ଜୋରଦାର କରିଛି। ରାଜ୍ୟକୁ କେନ୍ଦ୍ରୀୟ ନେତାଙ୍କର ଘନ ଘନ ଗସ୍ତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହଙ୍କ ବ୍ୟତୀତ ଅନ୍ୟ କେନ୍ଦ୍ରୀୟ ନେତା ମଧ୍ୟ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି। ଏହି କ୍ରମରେ ଆଜି ଓଡ଼ିଶା ଆସିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ ।

ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହେବେ। ଏହାସହିତ ୭ଟି ଯାକ ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀ ମାନେ ବି ଉପସ୍ଥିତ ରହିବେ।

{}{}