Hindi News >>Home >>Odisha State

Holiday: ଦୁଇ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପଢନ୍ତୁ ପୂରା ରିପୋର୍ଟ

ଭୁବନେଶ୍ୱର: ଆସନ୍ତା ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଚଳିତ ବର୍ଷ ରଥଯାତ୍ରା ଦୁଇ ଦିନ ପାଳିତ ହେବାକୁ ଥିବା ବେଳେ ରାଜ୍ୟ ସରକାର ଦୁଇ ଦିନ ଛୁଟି ଘୋଷଣା କରିଛନ୍ତି। ତେବେ ପୁରୀରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପରିଚାଳନା ନେଇ ଆଜି ସମୀକ୍ଷା କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ। ଛୁଟି ନ

Advertisement
Holiday: ଦୁଇ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପଢନ୍ତୁ ପୂରା ରିପୋର୍ଟ
Stop
Prabhudatta Moharana|Updated: Jul 02, 2024, 01:46 PM IST

Holiday Announce: ଭୁବନେଶ୍ୱର: ଆସନ୍ତା ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଚଳିତ ବର୍ଷ ରଥଯାତ୍ରା ଦୁଇ ଦିନ ପାଳିତ ହେବାକୁ ଥିବା ବେଳେ ରାଜ୍ୟ ସରକାର ଦୁଇ ଦିନ ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୭ ଓ ୮ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ପୁରୀରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପରିଚାଳନା ନେଇ ଆଜି ସମୀକ୍ଷା କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ। ଛୁଟି ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ରଥଯାତ୍ରା ପରିଚାଳନା ନେଇ ସମସ୍ତଙ୍କର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ। ତୃଟିଶୂନ୍ୟ ଓ ଶୃଙ୍ଖଳିତ ରଥଯାତ୍ରା ପାଇଁ ସହଯୋଗ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ। 

 

ଆଜି ପୁରୀ ଟାଉନ ହଲରେ ରଥଯାତ୍ରାକୁ ନେଇ ସ୍ୱତନ୍ତ୍ର ସମୀକ୍ଷା କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀଙ୍କ ସହିତ ବିଭିନ୍ନ ବିଭାଗର ମନ୍ତ୍ରୀ, ପୁରୀ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ପ୍ରମୁଖ ଉପସ୍ଥିତ ଥିଲେ। ରଥନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଅନୁଧ୍ୟାନ କରିଛନ୍ତି ।

{}{}