Hindi News >>Home >>Odisha State

ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Santilata Barik Passed Away: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Advertisement
ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
Stop
Soubhagya Ranjan Mishra|Updated: Apr 01, 2024, 10:53 PM IST

ଭୁବନେଶ୍ୱର: ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ(Singer Santilata Barik)ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ (CM Naveen patnaik) ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ । ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ଓଡ଼ିଶାର ଘରେ ଘରେ ସେ ସୁପରିଚିତ ଥିଲେ । ତାଙ୍କ ଭଜନ ଥିଲା ଭକ୍ତି ଓ  ସମର୍ପଣର ସଂଗୀତମୟ ନିବେଦନ । ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା । ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ବର୍ଣନା କରି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ  ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ, ବିଶିଷ୍ଟ ଭଜନ ଗାୟିକା ତଥା କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ ହୋଇଛି । ଦୀର୍ଘଦିନ ହେଲା ଅସୁସ୍ଥତା କାରଣରୁ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସ୍ବାମୀ ବସନ୍ତ ଛୋଟରାୟ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି  । ଆସନ୍ତାକାଲି (ମଙ୍ଗଳବାର) ପୁରୀ ସ୍ବର୍ଗଦ୍ବାରରେ ଶାନ୍ତିଲତାଙ୍କର ଶେଷକୃତ୍ୟ ହେବ ବୋଲି ଜଣାପଡିଛି । ଶାନ୍ତିଲତାଙ୍କ ବିୟୋଗରେ ସମଗ୍ର ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । ଓଡ଼ିଶାର ଭଜନପ୍ରେମୀଙ୍କ ପାଇଁ ଶାନ୍ତିଲତା ଅତ୍ୟନ୍ତ ପରିଚିତ ନାଁ । ଭକ୍ତିର ସହିତ ସେ ଗାଇଥିବା ଅନେକ ଭଜନକୁ ପସନ୍ଦ କରନ୍ତି ସଙ୍ଗୀତପ୍ରେମୀ । ତାଙ୍କ ଭଜନରେ ଓଡ଼ିଶାର କଳା, ସଂସ୍କୃତି ଏବଂ ଶ୍ରୀ ଜଗନ୍ନାଥଙ୍କ ଭାବ ଭକ୍ତି ଯୋଡି ହୋଇ ରହିଛି । ସେ ଗାଇଥିବା ଭଜନ ମଧ୍ୟରେ, ହେ ଚକାନୟନ, ଏକା ମୋ ଜଗା ସବୁରି ମୂଳ,  ମୁଁ ଯେ ଦେଉଳ ବେଢ଼ା ଦୀପ ଇତ୍ୟାଦି ରହିଛି ।

Also Read- Marriage 2024: ଏପ୍ରିଲରେ ବିବାହ ପାଇଁ କେବଳ ୪ ଟି ଦିନ, ଜାଣନ୍ତୁ ତାରିଖ ଓ ସମୟ...

{}{}