Hindi News >>Home >>Odisha State

Mahalaya 2023: ଆଜି ମହାଳୟା ଶ୍ରାଦ୍ଧ, ଜାଣନ୍ତୁ କ’ଣ ରହିଛି ଏହି ଦିନର ମାହାତ୍ମ୍ୟ

Mahalaya 2023: ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । ପିତୃପକ୍ଷରେ (Pitru Paksha 2023) ୧୫ ଦିନ ଧରି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଛି । ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁ ରହିବ। ହିନ୍ଦୁ ଧର୍ମର ପରମ୍ପରା ଅନୁଯାୟୀ, ପିତୃ ପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠ ଅଟେ । 

Advertisement
ସୌ(ସୋସିଆଲ ମିଡିଆ)
Stop
Zee Odisha Desk|Updated: Oct 14, 2023, 07:59 AM IST

Mahalaya 2023: ଆଜି ହେଉଛି ପବିତ୍ର ମହାଳୟା। ଆଶ୍ୱିନ ମାସର ଅମାବାସ୍ୟା ‘ମହାଳୟା ଅମାବାସ୍ୟା’ (Mahalaya Amavasya) ଭାବେ ପ୍ରସିଦ୍ଧ। ଏହି ଦିନ ପିତୃ ପୁରୁଷ ଓ ମାମୁଁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିବାର ପ୍ରଥା ରହିଛି। ପିଣ୍ଡଦାନ ଦ୍ବାରା ପରଲୋକଗତ ଆତ୍ମାକୁ ସଦଗତି ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି।

ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । ପିତୃପକ୍ଷରେ (Pitru Paksha 2023) ୧୫ ଦିନ ଧରି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଛି । ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁ ରହିବ। ହିନ୍ଦୁ ଧର୍ମର ପରମ୍ପରା ଅନୁଯାୟୀ, ପିତୃ ପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠ ଅଟେ । ଆଶ୍ୱିନ ମାସର ପ୍ରଥମ ପକ୍ଷକୁ “ପିତୃ ପକ୍ଷ” (Pitru Paksh) କୁହାଯାଏ। ଏହି ପକ୍ଷର ଅମାବାସ୍ୟା ‘ମହାଳୟା ଅମାବାସ୍ୟା’ (Mahalaya Amavasya) ନାମରେ ପାଳିତ ହୁଏ। ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ।

ଆଶ୍ବିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା (Amavasya)  ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ (Pitru Paksh) କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ (Tarpan) କଲାପରେ ଅମାବସ୍ୟା ଦିନ ‘ପିଣ୍ଡ ଦାନ’  (Pind Daan) କରାଯାଏ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହାକୁ ମହାଳୟା ଅମାବାସ୍ୟା କୁହାଯାଏ । ମହାଳୟା ଶ୍ରାଦ୍ଧର କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ, ୭ ଋଷିଙ୍କୁ ଦୁଇ ଥର ତର୍ପଣ ଓ ପିତୃ ପୁରୁଷଗଣଙ୍କୁ ତିନି ଥର ତର୍ପଣରେ ଅପ୍ୟାୟିତ କରାଯାଏ । ପିତୃ ତର୍ପଣରେ (Pitru Tarpan) ) ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁ ରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟ ରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି ଓ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ‘ମହାଳୟା ଶ୍ରାଦ୍ଧ କୁହାଯାଏ’ (Mahalaya Shraddha) । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବାସ୍ୟା, ଏହି ୧୫ ଦିନ ମଧ୍ୟରେ ଜଣେ ଯେକୌଣସି ଦିନ ଶ୍ରାଦ୍ଧ ଦିଆଯାଇଥାଏ,  ଏଥିପାଇଁ ଏହାକୁ ପିତୃପକ୍ଷ କୁହଯାଏ ।  ଏହି ଦିନ ମାଆ ସମଲେଶ୍ବରୀଙ୍କ ଧଳମୁଖୀ  (Maa Samaleswari Dhabalamukhi Besa ) ବେଶ ହୋଇଥାଏ ।

ହିନ୍ଦୁ ଧର୍ମର ପରମ୍ପରା ଅନୁଯାୟୀ, ପିତୃ ପୁରୁଷଙ୍କ (Pitru Purush) ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହାଦ୍ୱାରା ପୁଣ୍ୟ ଲାଭ ସହ ବଂଶର ଉତ୍ତର ପିଢ଼ିର ଉନ୍ନତି ହୋଇଥାଏ ବୋଲି ବିଶ୍ୱାସ ରହିଛି । କିମ୍ବଦନ୍ତୀ ଅନୁଯାୟୀ, ମହାଦାନୀ କର୍ଣ୍ଣଙ୍କର ଦାତାପଣିଆର ପୁରସ୍କାର ସ୍ୱରୂପ ଯମପୁରରେ ତାଙ୍କୁ ସୁନା, ରୁପା ମିଳିଥିଲା । ହେଲେ, ଖାଦ୍ୟ ଦିଆଯାଇ ନ ଥିଲା । କାରଣ, ଜୀବିତାବସ୍ଥାରେ ସେ କେବେ ଅନ୍ନଦାନ କରି ନ ଥିଲେ । ଯମରାଜଙ୍କୁ ପ୍ରାର୍ଥନା କରି ସେ ୧୪ ଦିନ ପାଇଁ ମର୍ତ୍ତ୍ୟକୁ ଆସି ବ୍ରାହ୍ମଣ ତଥା ଗରିବମାନଙ୍କୁ ଅନ୍ନଦାନ ଦେଇଥିଲେ । ଯମପୁର ଫେରିବା ପରେ ତାଙ୍କୁ ଆଉ ଅନ୍ନରୁ ବଞ୍ଚିତ କରାଯାଇ ନ ଥିଲା । ମର୍ତ୍ତ୍ୟଲୋକରେ କର୍ଣ୍ଣ କଟାଇଥିବା ସେହି ଚଉଦ ଦିନ ଥିଲା ପିତୃ ପକ୍ଷ ।

Also Read-Shani Amavasya: ଶନି ଅମାବାସ୍ୟାରେ ସୂର୍ଯ୍ୟ ପରାଗର ମହା ସଂଯୋଗ, ଏହି ୪ ରାଶିଙ୍କୁ କରିବ ମାଲେମାଲ!

Read More
{}{}