Hindi News >>Home >>Odisha State

Weather Update: ସକ୍ରିୟ ଲଘୁଚାପ ପ୍ରଭାବର ସାରା ରାଜ୍ୟରେ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

Weather Update: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ଯୋଗୁଁ ରାଜ୍ୟର କେତେକ ସ୍ଥାନର ପ୍ରବଳ ବର୍ଷା ହୋଇଛି ।

Advertisement
ସୌ(ସୋସିଆଲ ମିଡିଆ)
Stop
Zee Odisha Desk|Updated: Sep 21, 2023, 07:02 AM IST

Weather Update: ସକ୍ରିୟ ଲଘୁଚାପ (low pressure) ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ସ୍ଥାନର ପ୍ରବଳ ବର୍ଷା (Heavy Rain) ହୋଇଥିବା ଦେଖିବାକୁ ମିଳିଛି ।

ସୂଚନାଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୨୩.୭ ମିମି ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ବାଭାବିକ ବର୍ଷା ୬.୯ ମିମି ତୁଳନାରେ ୨୪୨% ଅଧିକ ଅଟେ । କୋରାପୁଟ ଜିଲ୍ଲାରେ ସର୍ବାଧିକ ବର୍ଷା ୭୩.୮ ମିମି ରେକର୍ଡ ହୋଇଛି । ଯାହାକି ସ୍ବାଭାବିକ ବର୍ଷା ୯.୭ ମି.ମି ତୁଳନାରେ ୬୬୧% ଅଧିକ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ କୁହାଯାଇଛି । ତେବେ ଗୁରୁବାର ଦିନ ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ବରଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ‌ସୁବର୍ଣ୍ଣପୁର, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର ଓ ଅନୁଗୁଳ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟଲୋ ୱାର୍ଣ୍ଣଂ ଜାରି କରାଯାଇଛି ।

ପ୍ରକାଶ ଥାଉ କି,  ଗତ ଜୁନ୍‌ ମାସରୁ ସେପ୍ଟେମ୍ବର ୨୦ ତାରିଖ ସୁଦ୍ଧା ରାଜ୍ୟରେ ୧୦୪୧.୩ ମି.ମି ବର୍ଷା ହୋଇଥିବା ରେକର୍ଡ଼ ହୋଇଛି । ଯାହାକି ସ୍ବାଭାବିକ ବର୍ଷା ୧୦୯୧.୧ ମିମି ତୁଳନାରେ ୫% କମ୍‌ ଅଟେ। ଏହି ସମୟ ଅବଧି ମଧ୍ୟରେ ରାଜ୍ୟର ୨ ଜିଲ୍ଲା ଯଥା ଝାରସୁଗୁଡ଼ା ଓ ବୌଦ୍ଧ‌ରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲା ଯଥା ନବରଙ୍ଗପୁର, କଳାହାଣ୍ଡି ଓ କେନ୍ଦ୍ରାପଡ଼ା‌ରେ ନିଅଣ୍ଟିଆ ବର୍ଷା ହୋଇଯାଇଛି ।

 

 

 

{}{}