Hindi News >>Home >>Odisha State

Weather Update: ଲଘୁଚାପ ପ୍ରଭାବରେ ୯ ଜିଲ୍ଲାରେ ଛେଚିବ ବର୍ଷା, ବିଭାଗ ପକ୍ଷରୁ ଆଲର୍ଟ ଜାରି

Weather Update: ମଙ୍ଗଳବାର ଦିନ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଖାସ୍ କରି, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। 

Advertisement
ସୌ(ସୋସିଆଲ ମିଡିଆ)
Stop
Zee Odisha Desk|Updated: Sep 20, 2023, 06:48 AM IST

Weather Update: ସୋମବାର ଦିନ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ପ୍ରଭାବରେ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ଯରେ ମଙ୍ଗଳବାର ଦିନ ଏକ ଲଘୁଚାପ କ୍ଷେତ୍ର (low pressure) ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା (Heavy Rain) ହୋଇଥିବା ଦେଖିବାକୁ ମିଳିଛି। ଖାସ୍ କରି, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। 

ସୂଚନା ଅନୁଯାୟୀ, ଆଜି ଓ ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ବିଶେଷ କରି, ଅନୁଗୁଳ, ବରଗଡ଼, ଝାରସୁଗୁଡ଼ା କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର ଆଦି ଜିଲ୍ଲାର ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Departmen) ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ (Orange Warning ) ଜାରି କରାଯାଇଛି । ଅନ୍ୟପଟେ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ କନ୍ଧମାଳ, କଳାହାଣ୍ତି, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଢେଙ୍କାନାଳ, ମୟୂରଭଞ୍ଜ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝର ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ (yellow Warning) ଜାରି ହୋଇଛି । ସେହିପରି ଆସନ୍ତା ଗୁରୁବାର ଦିନ ନୂଆପଡ଼ା, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର, କଳାହାଣ୍ତି ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଥିବାରୁ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ (Orange Warning) ଜାରି କରାଯାଇଛି ।

ପ୍ରକାଶ ଥାଉ କି, ଏହି କିଛି ଦିନର ବର୍ଷା ପରେ ୨୮ ଜିଲ୍ଲାରେ ସ୍ବାଭାବିକଠାରୁ ଅତ୍ୟଧିକ ବର୍ଷା ଓ ଅବଶିଷ୍ଟ ୨ ଜିଲ୍ଲା ଯଥା ମୟୂରଭଞ୍ଜ ଓ ବାଲେଶ୍ବରରେ ସ୍ବାଭାବିକଠାରୁ ଟିକେ ଅଧିକ ବର୍ଷା ରେକର୍ଡ ହୋଇଛି। ଫଳରେ ରାଜ୍ୟ‌ରେ ୬% ନିଅଣ୍ଟ ବର୍ଷା ସ୍ଥିତି ଭରଣା ହୋଇପାରିଛି।

Also Read-Paradip Sea Coast: ମାଛ ଧରା ବୋଟ୍ ବୁଡ଼ିଯିବା ଘଟଣା; ଜାରି ରହିଛି ଉଦ୍ଧାର ଅଭିଯାନ

{}{}