Hindi News >>Home >>Odisha Trending

Gold Rate Today: ବଢ଼ିଲା ସୁନା ଦର, ଓଡ଼ିଶାରେ ଆଜି ଗ୍ରାମ୍ ପିଛା ସୁନା ରହିଛି...

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କିଛି ଦିନ ହେବ ସୁନା ଦର କମିଥିବା ବେଳେ ପୁଣି ଆଜି ବଢ଼ିଥିବା ଦେଖିବାକୁ ମିଳିଛି। ଆଉ ବିବାହ ସିଜିନ୍ ରେ ସୁନା କିଣିବାକୁ ଚାହୁଁଥିବା ଲୋକମାନଙ୍କର ଚିନ୍ତା ବଢ଼ିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । 

Advertisement
Gold Rate Today: ବଢ଼ିଲା ସୁନା ଦର, ଓଡ଼ିଶାରେ ଆଜି ଗ୍ରାମ୍ ପିଛା ସୁନା ରହିଛି...
Stop
Zee Odisha Desk|Updated: Feb 22, 2024, 09:27 AM IST

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କିଛି ଦିନ ହେବ ସୁନା ଦର କମିଥିବା ବେଳେ ପୁଣି ଆଜି ବଢ଼ିଥିବା ଦେଖିବାକୁ ମିଳିଛି। ଆଉ ବିବାହ ସିଜିନ୍ ରେ ସୁନା କିଣିବାକୁ ଚାହୁଁଥିବା ଲୋକମାନଙ୍କର ଚିନ୍ତା ବଢ଼ିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୬୧୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ଦଶ ଗ୍ରାମ ପିଛା ୧୦ ଟଙ୍କା ବୃଦ୍ଧି ପାଇଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୨,୭୫୦ ଟଙ୍କା ଯାହାକି ଗତ କାଲି ଥିଲା ୬୨,୭୪୦ ।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୬୧୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି  ୬୨,୭୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୧୪୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୬୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୭୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି  ୪୭,୧୪୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୧୧୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୩୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୬୦୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୭୬୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୯୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୪୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୬୧୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୭୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୪୦ ଟଙ୍କା ରହିଛି ।

Read More
{}{}