Hindi News >>Home >>Odisha Trending

Gold Rate Today: ବଢ଼ିଲା ଚିନ୍ତା, ପୁଣି ସୁନା ଦର ବୃଦ୍ଧି

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଗତ ସପ୍ତାହରେ ସୁନା ଦର କ୍ରମାଗତ ଭାବେ ଖସିଥିଲା ବେଳେ ଆଜି ପୁଣି ଥରେ ସୁନା ଦରରେ ପରିବର୍ତ୍ତନ ହୋଇଛି ।  ପୁଣି ବେଲଗାମ୍ ହୋଇଛି ସୁନା ଦର।  ଆଜି ଭାରତୀୟ ବଜାରରେ ସୁନା ଦର ବୃଦ୍ଧି ପାଇଛି। 

Advertisement
Gold Rate Today: ବଢ଼ିଲା ଚିନ୍ତା, ପୁଣି ସୁନା ଦର ବୃଦ୍ଧି
Stop
Priyambada Rana|Updated: Jan 12, 2024, 01:17 PM IST

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଗତ ସପ୍ତାହରେ ସୁନା ଦର କ୍ରମାଗତ ଭାବେ ଖସିଥିଲା ବେଳେ ଆଜି ପୁଣି ଥରେ ସୁନା ଦରରେ ପରିବର୍ତ୍ତନ ହୋଇଛି ।  ପୁଣି ବେଲଗାମ୍ ହୋଇଛି ସୁନା ଦର।  ଆଜି ଭାରତୀୟ ବଜାରରେ ସୁନା ଦର ବୃଦ୍ଧି ପାଇଛି।  (gold price Hike today )। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା ରଖିଛନ୍ତି । ତେବେ, ନଜର ପକାନ୍ତୁ ଆଜି ସୁନା ଦର କେଉଁ ସହରରେ କେତେ ରହିଛି। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୭୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୨, ୯୫୦ ଯାହା କି ଗତ କାଲି ଥିଲା ୬୨,୮୩୦ ।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୭୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨, ୯୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୨୧୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨, ୯୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୨୧୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୨୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୪୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୬୨୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୮୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୧୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୩୩୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୭୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨, ୯୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୨୧୦ ଟଙ୍କା ରହିଛି ।

 

Read More
{}{}