Hindi News >>Home >>Odisha Trending

Weather Update: ଆଜି ଏହି ଚାରି ଜିଲ୍ଲାରେ ପ୍ରବଳ ବର୍ଷିବ!

Weather Update: ଆଉ କିଛି ଦିନ ପରେ ଫେରିଯିବ ମୌମୁମୀ (Monsoon) । କିନ୍ତୁ ମୌସୁମୀ ଫେରିବା ପୂର୍ବରୁ ଆଣୁଛି ବଡ଼ ବର୍ଷା (rain) । କାହିଁକିନା ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।  ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପର ରୂପ ନେଇ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Centre) ପକ୍ଷରୁ କୁହାଯାଇଛି ।  

Advertisement
ସୌଜନ୍ୟ- ସୋସିଆଲ ମିଡି଼ଆ
Stop
Zee Odisha Desk|Updated: Sep 29, 2023, 11:22 AM IST

Weather Update: ଆଉ କିଛି ଦିନ ପରେ ଫେରିଯିବ ମୌମୁମୀ (Monsoon) । କିନ୍ତୁ ମୌସୁମୀ ଫେରିବା ପୂର୍ବରୁ ଆଣୁଛି ବଡ଼ ବର୍ଷା (rain) । କାହିଁକିନା ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।  ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପର ରୂପ ନେଇ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Centre) ପକ୍ଷରୁ କୁହାଯାଇଛି ।  ଆଉ ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ପ୍ରବଳ ବର୍ଷା କରାଇବ । ଫଳରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ହେବାର ସମ୍ଭାବନା ରହିଛି । ଆସନ୍ତା ତିନି ଦିନ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ସୂଚନା ମିଳିଛି। 

 

Also Read: Train Cancelled: ଆଜିଠୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଏହି ସବୁ ରୁଟରେ ଗଡି଼ବନି ଟ୍ରେନ୍, ନଜର ପକାନ୍ତୁ ପୂରା ତାଲିକା ଉପରେ...

Also Read: Today Horoscope: ଆଜି ଶୁଭଫଳ ପାଇବେ ଏହି ସବୁ ରାଶିର ଲୋକେ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ?

ସେହିପରି ଆଜି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Centre)।  ଖାସ୍ କରି ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ  (yellow alert) ଜାରି କରାଯାଇଛି । କେବଳ ଏତିକି ନୁହେଁ, ଏଥିସହ ୨୧ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ନେଇ ସତର୍କତା ଜାରି କରିଛି ବିଭାଗ। ସେହିପରି ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼ , ସମ୍ବଲପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । 

ଆସନ୍ତାକାଲି ଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ସେହିପରି ଆସନ୍ତା  ୧ ତାରିଖରୁ ରାଜ୍ୟର ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୋନପୁର ଓ ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ସୁନ୍ଦରଗଡ଼ ଜିଲ୍ଲାର ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି ।  ଖାସ୍ କରି ଏହି ସବୁ ସ୍ଥାନ ଗୁଡିକରେ , ୭ ରୁ ୧୧ ସେଣ୍ଟିମିଟର ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି,  ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ, ସେହି ଜିଲ୍ଲା ଗୁଡିକ ହେଲା, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ,ବଲାଙ୍ଗୀର, ସମ୍ବଲପୁର, ବରଗଡ ଓ ଝାରସୁଗୁଡା । ଏହି ସବୁ ଜିଲ୍ଲା ଗୁଡି଼କରେ ଖାସ୍ କରି ୭୦ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷା ହେବ ବୋଲି ସୂଚନା ମିଳିଛି ।

 

 

{}{}