Videos

Odisha Weather: ଆହୁରି ବର୍ଷିବ, ଆସନ୍ତାକାଲି ଯାଏଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ସକାଳ ୮ଟା ୩୦ ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆଜି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ ବଙ୍ଗଳାଦେଶ ଓ ତତସଂଲଗ୍ନ ଅଂଚଳରେ ସଦୃଶ ଲଘୁଚାପ ସକ୍ରିୟ ରହିଛି । ଏହା ଅଧିକ ଘନୀଭୁତ ହୋଇ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଜି ୱେଲମାର୍କ ଲୋ-ପ୍ରେସରେ ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Video Thumbnail
Advertisement
Read More