Videos

Weather Report: ଜନଜୀବନ ହନ୍ତସନ୍ତ, ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଘନ କୁହୁଡ଼ି ଆଶଙ୍କା

ଆଗାମୀ ୩ ଦିନ ଯାଏଁ ଉପକୂଳବର୍ତ୍ତୀ ଜିଲ୍ଲା ଓ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡିକରେ ଘନ କୁହୁଡି ଦେଖାଦେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟ ଗୁରୁଚାପ ପ୍ରଭାବରେ ଉଷ୍ମ ବାୟୁ ପ୍ରବାହିତ ହେଉଛି । ଯାହାର ପ୍ରଭାବରେ ଆସନ୍ତା ୬ ଦିନ ମଧ୍ୟରେ କିଛି ଜିଲ୍ଲାରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ନଥିବା କହିଛନ୍ତି ପାଣିପାଗ ବିଜ୍ଞାନୀ । ଅନ୍ୟପଟେ ସୁନ୍ଦରଗଡ଼ ଜିଲ୍ଲା ବଣାଇର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷା ହୋଇଛି । ଗତକାଲି ରାତିରୁ ଏହି ବର୍ଷା ଆରମ୍ଭ ହୋଇଛି ।

Video Thumbnail
Advertisement
Read More