Videos

Weather Report: ଲଘୁଚାପ ଯୋଗୁଁ ୩୦ ତାରିଖରୁ ବଢ଼ିବ ବର୍ଷା

Weather Report: ଲଘୁଚାପ ନେଇ ସୋମବାର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଯୋଗୁଁ ୩୦ ତାରିଖରୁ ବର୍ଷାର ପ୍ରଭାବ ଆହୁରି ବୃଦ୍ଧି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଏଥିପାଇଁ ଆସନ୍ତା ସେପ୍ଟେମ୍ୱର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି କରାଯାଇଛି ।  କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଅନୁଯାୟୀ ଆଜି ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ।

 

Video Thumbnail
Advertisement
Read More