Videos

Cyclone Update: ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ ସମ୍ଭାବ୍ୟ ବାତ୍ୟା, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା !

ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ବର୍ତ୍ତମାନ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ୬ ଘଣ୍ଟା ଧରି ୧୮ କିଲୋମିଟର ବେଗରେ ଗତି କରୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ନେବ ଏହାର ବାତ୍ୟାର ରୂପ ନେବ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ଆନ୍ଧ୍ରର ନେଲୋର ଓ ମଛଲିପଟ୍ଟନମ ମଝିରେ ଅତିକ୍ରମ କରିବ ବାତ୍ୟା। ଅତିକ୍ରମ ବେଳେ ପବନର ବେଗ ସର୍ବାଧିକ ୧୦୦ କିଲୋମିଟର ରହିବ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲିଠୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ।

Video Thumbnail
Advertisement
Read More