Videos

Video: ସାନ୍ତାଳୀ-ଓଡ଼ିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Video: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି  ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନଜାତି ସଂପ୍ରଦାୟର  ପ୍ରତିନିଧି ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ ଏବଂ ସାନ୍ତାଳୀ ଭାଷା ଶିକ୍ଷା କରିବା ପାଇଁ ଅନ୍ୟ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବ। ପ୍ରାଥମିକ ଶିକ୍ଷା ପାଇଁ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ଉପଯୋଗୀ ହେବ। ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସନ୍ତାଳୀ ଭାଷାବିତ୍‌, ଗବେଷକ ଏବଂ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।  

Video Thumbnail
Advertisement
Read More