Videos

Sri Mandira: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ,ଲାଗିରହିଛି ଭକ୍ତଙ୍କ ଗହଳି

ଆଜି ପବିତ୍ର ମାଘ ମାସ ପୁର୍ଣିମା ତିଥି । ଏହି ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ଗଜଉଧାରଣ ବେଶ । ଏହି ବେଶରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଚତୁର୍ଭୁଜରେ ଧାରଣ କରିବେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ। ଏହି ବେଶରେ ମହାପ୍ରଭୁ ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ମାଆଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ | ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମକଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ମହାପ୍ରଭୁଙ୍କର ଏହି ଚିତ୍ତାକର୍ଷକ ବେଶ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିବେ ଭକ୍ତ ଓ ଦର୍ଶାନାର୍ଥି। ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ । ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । ଗଜରାଜ କ୍ଷତବୀକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ ।

Video Thumbnail
Advertisement
Read More