Videos

Weather Report: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ପ୍ରଭାବରେ ୮ ଜିଲ୍ଲାରେ ପ୍ରବଳ ବର୍ଷା

ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ। ଦକ୍ଷିଣ ଓଡିଶାରେ ଭାରି ବର୍ଷାହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣ ଓଡି଼ଶାର ୫ ଜିଲ୍ଲାରେ ୯ରୁ ୧୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗର ଆକଳନ କହୁଛି, ଆଜି ମାଲକାନଗିରି, କୋରାପୁଟ୍, ନବରଙ୍ଗପୁର, କଳାହାଣ୍ତି, ବଲାଙ୍ଗୀର, ରାୟଗଡା, ଗଂଜାମ ଓ ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Video Thumbnail
Advertisement
Read More