Videos

Rakhi Purnima: ଶ୍ରୀମନ୍ଦିରରେ ଗହ୍ମାପୂର୍ଣ୍ଣିମା, ମହାବାହୁଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା

ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଆଜି ମଧ୍ୟାହ୍ନଧୂପ ପରେ ଭଉଣୀ ସୁଭଦ୍ରା ଦୁଇଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ପିନ୍ଧାଇବେ ବିଶ୍ୱର ସର୍ବଶ୍ରେଷ୍ଠ ରାକ୍ଷୀ। ତେବେ ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ବାସୁଙ୍ଗାପାଟରେ ପ୍ରସ୍ତୁତ ସ୍ୱତନ୍ତ୍ର ୪ଟି ରାକ୍ଷୀ ଓ ୫୫ଟି ଗୁଆ ଓ ପାଟରେ ପ୍ରସ୍ତୁତ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇବେ । ସେଥିପାଇଁ ଗତକାଲି ପାଟରା ବିଶୋଇ ରାକ୍ଷୀ ଗୁଡିକୁ ଶ୍ରୀମନ୍ଦିର ଗାରଦରେ ଦାଖଲ କରିଛନ୍ତି। ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବାକୁ ଥିବା ବେଳେ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ ।

Video Thumbnail
Advertisement
Read More