Videos

Srimandir: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ଯାକୁଳ ଭକ୍ତ

Srimandir: ଆଜି ପବିତ୍ର ଆଶ୍ୱିନ କୃଷ୍ଣ ଷଷ୍ଠି ତିଥି ଗୁରୁବାର। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନିତି । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

Video Thumbnail
Advertisement
Read More