Videos

Banaklagi Niti: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ ଦର୍ଶନ ବନ୍ଦ

ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି ବୁଧବାର। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି |

Video Thumbnail
Advertisement
Read More