Hindi News >>Home >>Weather

Weather Report:ଆଜିଠୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା, ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି..

Weather Report: ରାଜ୍ୟରେ ଖରା ଓ ଗରମର ମାତ୍ରା ଧିରେ ବଢ଼ିବାରେ ଲାଗିଛି। ଚଳିତ ମାସରେ ୪୦ ଡିଗ୍ରୀ ଟପିଛି ଦିନ ତାପମାତ୍ରା। ମାତ୍ର ଏହାରି ମଧ୍ୟରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି ଆସନ୍ନ ବର୍ଷା। ଆସନ୍ତା ୨୪ ଘଣ୍ଟା ମଧ୍ଯରେ ବହୁ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇଥିବା ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର।

Advertisement
Weather Report:ଆଜିଠୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା, ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି..
Stop
Priyambada Rana|Updated: Mar 15, 2024, 06:05 AM IST

Weather Report: ରାଜ୍ୟରେ ଖରା ଓ ଗରମର ମାତ୍ରା ଧିରେ ବଢ଼ିବାରେ ଲାଗିଛି। ଚଳିତ ମାସରେ ୪୦ ଡିଗ୍ରୀ ଟପିଛି ଦିନ ତାପମାତ୍ରା। ମାତ୍ର ଏହାରି ମଧ୍ୟରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି ଆସନ୍ନ ବର୍ଷା। ଆସନ୍ତା ୨୪ ଘଣ୍ଟା ମଧ୍ଯରେ ବହୁ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇଥିବା ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର।

ଓଡ଼ିଶା ମଧ୍ୟ ଦେଇ ପଶ୍ଚିମବଙ୍ଗରୁ ଉତ୍ତର ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ୍‌(Trough line) ସୃଷ୍ଟି ହୋଇଛି। ଏହି ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଓଡ଼ିଶାର କିଛି କିଛି ସ୍ଥାନରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରି ହ୍ରାସ ପାଇବା ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଆଜି ଅର୍ଥାତ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ କାଳବୈଶାଖୀ ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୧୬ ଓ ୧୭ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ପାଇଁ ବିଭାଗ ତରଫରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏଥି ସହ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।

୧୭ରୁ ୧୯ ତାରିଖ ମଧ୍ୟରେ ଉତ୍ତର, ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶା ସମେତ ସମ୍ବଲପୁର, ଦେବଗଡ଼, ଜିଲ୍ଲାରେ କାଳବୈଶାଖୀ ସହ ହାଲୁକା ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

 

{}{}