Hindi News >>Home >>Weather

Weather Report: ରାଜ୍ୟରେ କାଳବୈଶାଖୀ ସହ ବଜ୍ରପାତ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି ...

Weather Report: ଲଗାତାର ଗରମ ଲାଗି ରହିବା ପରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି କୋହଲା ପାଗ। ଆଜି ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଓଡ଼ିଶା ମଧ୍ୟ ଦେଇ ପଶ୍ଚିମବଙ୍ଗରୁ ଉତ୍ତର ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ୍‌(Trough line) ସୃଷ୍ଟି ହୋଇଛି। 

Advertisement
Weather Report: ରାଜ୍ୟରେ କାଳବୈଶାଖୀ ସହ ବଜ୍ରପାତ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି ...
Stop
Zee Odisha Desk|Updated: Mar 16, 2024, 06:12 AM IST

Weather Report: ଲଗାତାର ଗରମ ଲାଗି ରହିବା ପରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି କୋହଲା ପାଗ। ଆଜି ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଓଡ଼ିଶା ମଧ୍ୟ ଦେଇ ପଶ୍ଚିମବଙ୍ଗରୁ ଉତ୍ତର ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ୍‌(Trough line) ସୃଷ୍ଟି ହୋଇଛି। ଏହି ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ଆସନ୍ତା ୬ ଦିନ ପର୍ଯ୍ୟନ୍ତ ଓଡ଼ିଶାର କିଛି କିଛି ସ୍ଥାନରେ ଦିନର ତାପମାତ୍ରା ୩ ରୁ ୫ ଡିଗ୍ରି ହ୍ରାସ ପାଇବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ କେନ୍ଦ୍ର ଆକଳନକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଏସ୍‌ଆରସିଙ୍କ ପକ୍ଷରୁ ୟେଲୋ ୱାର୍ଣ୍ଣିଂ(Yellow Warning) ଜାରି କରାଯାଇଛି। ଶନିବାର ଅର୍ଥାତ ଆଜି ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ(Mayurbhanj), କେନ୍ଦୁଝର, ଅନୁଗୁଳ(Anugul), ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼(Nayagarh), କଟକ, ଯାଜପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ସମ୍ବଲପୁର(Sambalpur), ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ଜିଲ୍ଲାରେ କାଳବୈଶାଖୀ ହେବାକୁ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି। ୧୭ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା(Kendrapara) ପାଇଁ ବିଭାଗ ତରଫରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏଥି ସହ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।

 ୧୮ ତାରିଖରେ ନୂଆପଡ଼ା, ବରଗଡ଼, ସୁନ୍ଦରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ(Bhadrak)ରେ କାଳବୈଶାଖୀ ପ୍ରଭାବ ରହିବ। ୧୯ ତାରିଖ ସକାଳଠାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ(Dhenkanal), ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା(Khordha), ନୟାଗଡ଼ ସମେତ ଉପକୂଳ ଜିଲ୍ଲାଗୁଡ଼ିକରେ ୪୦ରୁ ୫୦ କିମି ବେଗରେ ପବନ ସହ କାଳବୈଶାଖୀ ଯୋଗୁଁ ଲୋକେ ପ୍ରଭାବିତ ହେବାର ଆଶଙ୍କା ରହିଛି। ‌

 

{}{}