Hindi News >>Home >>Weather

Weather Report: ବିଜୁଳି, ଘଡ଼ଘଡ଼ି ସହ କୂଆପଥର ମାଡ଼, ଏହି ସବୁ ଜିଲ୍ଲା ପାଇଁ ଆଲର୍ଟ ଜାରି..

Weather Report: ରାଜ୍ୟରେ ବର୍ଷା ପରେ ଖରା, ଗରମରୁ ଆଶ୍ୱସ୍ତି ପାଇଛନ୍ତି ରାଜ୍ୟବାସୀ। ଗଲା କିଛି ଦିନ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ପହଞ୍ଚିଥିବା ବେଳେ କାଳବୈଶାଖୀ ବର୍ଷା ଆଶ୍ୱସ୍ତି ଦେଇଛି। ରବିବାର ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। 

Advertisement
Weather Report: ବିଜୁଳି, ଘଡ଼ଘଡ଼ି ସହ କୂଆପଥର ମାଡ଼, ଏହି ସବୁ ଜିଲ୍ଲା ପାଇଁ ଆଲର୍ଟ ଜାରି..
Stop
Zee Odisha Desk|Updated: Apr 08, 2024, 06:30 AM IST

Weather Report: ରାଜ୍ୟରେ ବର୍ଷା ପରେ ଖରା, ଗରମରୁ ଆଶ୍ୱସ୍ତି ପାଇଛନ୍ତି ରାଜ୍ୟବାସୀ। ଗଲା କିଛି ଦିନ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ପହଞ୍ଚିଥିବା ବେଳେ କାଳବୈଶାଖୀ ବର୍ଷା ଆଶ୍ୱସ୍ତି ଦେଇଛି। ରବିବାର ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ରବିବାର ସକାଳୁ ମଧ୍ୟାହ୍ମ ପର୍ଯ୍ୟନ୍ତ ଗରମ ଅନୁଭୂତ ହୋଇଥିଲେ ମଧ୍ୟ ଅପରାହ୍ଣ ସମୟରେ ବର୍ଷା ଅସହ୍ୟ ଗୁଳୁଗୁଳିରୁ ମୁକ୍ତି ଦେଇଛି ।

ମଧ୍ୟାହ୍ନ ସମୟରେ ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିବା ସହ କାଳବୈଶାଖୀ ପ୍ରଭାବରେ ପ୍ରବଳ ମାତ୍ରାରେ ପବନ ବୋହିଥିବା ଦେଖିବାକୁ ମିଳିଥିଲା। ବିଜୁଳି ଘଡଘଡି ଗର୍ଜନ ସହ ବିଭିନ୍ନ ଅଞ୍ଚଳରେ କୁଆପଥର ସହ ପ୍ରବଳ ବର୍ଷା ହୋଇଛି।

ସେପଟେ  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି ପାଣଇପାଗ ବିଭାଗ। ପଶ୍ଚିମା ଝଡ ପ୍ରଭାବରେ ବାୟୁମଣ୍ଡଳରେ ସୃଷ୍ଟ ନିମ୍ନଚାପରେଖା ଓ ଗୁରୁଚାପ(Low Pressure) ପ୍ରଭାବରେ ଅନେକ ସ୍ଥାନରେ ବିଜୁଳି ଘଡଘଡି ଜନିତ ବର୍ଷା ଓ କୁଆ ପଥର ବର୍ଷାର ସମ୍ଭାବନା ରହିଛି।

 ୮ ତାରିଖ ଦିନ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି । ସୋମବାର ଦିନ ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରିକୁ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେଣୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ରବିବାର ଏବଂ ସୋମବାର ବର୍ଷା ହେବ ବୋଲି ଆକଳନ କରାଯାଇଛି ।

Read More
{}{}