Hindi News >>Home >>Weather

Weather Update: ତାତିରୁ ମିଳିବ ତ୍ରାହି, ଆଜିଠୁ ବର୍ଷା

୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisement
Weather Update: ତାତିରୁ ମିଳିବ ତ୍ରାହି, ଆଜିଠୁ ବର୍ଷା
Stop
Prabhudatta Moharana|Updated: May 21, 2024, 09:15 AM IST

Weather Update: ଭୁବନେଶ୍ୱର: ପାଣିପାଗରେ ଦେଖାଦେବ ବଡ଼ ପରିବର୍ତ୍ତନ। ରାଜ୍ୟବାସୀଙ୍କୁ ମିଳିବ ତାତିରୁ ତ୍ରାହି। ଆଜିଠୁ ବିଭିନ୍ନ ସ୍ଥାନରେ ବର୍ଷା। ଏଭଳି କିଛି ପୂର୍ବାନୁମାନ କରିଛି ରାଜ୍ୟ ପାଣିପାଗ ବିଭାଗ। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି କି ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୪ ତାରିଖ ବେଳକୁ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ବିଭାଗ ସୂଚନା ପ୍ରଦାନ କରିଛି। 

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ଏହା ଉତ୍ତରପୂର୍ବ ଦିଗକୁ ଗତି କରିବ। ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇ ଅବପାତ ଓ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ବାତ୍ୟାରେ ମଧ୍ୟ ପରିଣତ ହୋଇପାରେ। ତେବେ ବାତ୍ୟା ନେଇ ଏଯାଏ କୌଣସି ଆକଳନ କରାଯାଇନି। ୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

ସେପଟେ ଆଜିଠୁ ରାଜ୍ୟରେ ତିନିଦିନ ପାଇଁ ବିଭିନ୍ନ ସ୍ଥାନରେ ବର୍ଷା ହେବ। କିଛି ସ୍ଥାନରେ ବିଜୁଛି ଘଡ଼ଘଡ଼ି ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

{}{}